Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 26:53 - ପବିତ୍ର ବାଇବଲ (Re-edited) - (BSI)

53 ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

53 “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

53 “ନାମ ସଂଖ୍ୟା ଅନୁସାରେ ସେମାନଙ୍କ ମଧ୍ୟରେ ଅଧିକାର ପାଇଁ ଦେଶ ବିଭକ୍ତ ହେବ।

Gade chapit la Kopi




ଗଣନା ପୁସ୍ତକ 26:53
16 Referans Kwoze  

କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ,।


ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ।


ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।


ଆଉ, ରାଜତ୍ଵ ଓ କର୍ତ୍ତୃତ୍ଵ ଓ ଆକାଶମଣ୍ତଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।


ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।


ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।


ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।


ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।


ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;


Swiv nou:

Piblisite


Piblisite