Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:7 - ପବିତ୍ର ବାଇବଲ (Re-edited) - (BSI)

7 ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।

Gade chapit la Kopi

ଓଡିଆ ବାଇବେଲ

7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।

Gade chapit la Kopi

ପବିତ୍ର ବାଇବଲ

7 “ସଲଫାଦର କନ୍ୟାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ। ତେଣୁ ସେମାନଙ୍କୁ ତାହା ଦିଅ, ଯାହା ସେମାନଙ୍କର ପିତା ପାଇଥା’ନ୍ତେ।

Gade chapit la Kopi




ଗଣନା ପୁସ୍ତକ 27:7
10 Referans Kwoze  

ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,।


ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ।


ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।


ପରମେଶ୍ଵର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟ ମଲେ ଯେବେ ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।


ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।


ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆଜ୍ଞା ଦେଇ କହିଲେ, ଯୋଷେଫ-ସନ୍ତାନଗଣର ବଂଶ ଯଥାର୍ଥ କହୁଅଛନ୍ତି।


ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।


Swiv nou:

Piblisite


Piblisite