Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:13 - ପବିତ୍ର ବାଇବଲ (Re-edited) - (BSI)

13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ପବିତ୍ର ବାଇବଲ

13 “ଯେତେବେଳେ ତୁମ୍ଭେମାନେ ମିଶରରେ ଥିଲ, ସେତେବେଳେ ମୁଁ ମିଶରୀୟମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ୟା କରିଥିଲି। ଇସ୍ରାଏଲରେ ସମସ୍ତ ମନୁଷ୍ୟ ଓ ପଶୁର ପ୍ରଥମଜାତକୁ ମୋ’ ପାଇଁ ପବିତ୍ର କଲି। ସେମାନେ ସମସ୍ତେ ମୋର ଅଧିକୃତ। ମୁଁ ସଦାପ୍ରଭୁ ଅଟେ।”

Gade chapit la Kopi




ଗଣନା ପୁସ୍ତକ 3:13
16 Referans Kwoze  

ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ,


ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।


ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।


ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।


ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।


ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରୀମାଂଶ ଦେବ।


ସେମାନେ ମନୁଷ୍ୟ କି ପଶୁମାନଙ୍କ ମଧ୍ୟରୁ ଯେସମସ୍ତ ପ୍ରଥମଜାତ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।


ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ଵ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,


ଆମ୍ଭେ ସଦାପ୍ରଭୁ, ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟ-ମାନଙ୍କୁ ଗ୍ରହଣ କରିବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।


ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ଵୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।


ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ।


Swiv nou:

Piblisite


Piblisite