Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:3 - ପବିତ୍ର ବାଇବଲ (Re-edited) - (BSI)

3 ମଧ୍ୟ କୌଣସି ସ୍ତ୍ରୀ ଯେବେ ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ଵାରା ଆପଣାକୁ ଆବଦ୍ଧ କରେ,

Gade chapit la Kopi

ଓଡିଆ ବାଇବେଲ

3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,

Gade chapit la Kopi

ପବିତ୍ର ବାଇବଲ

3 “ଆଉ ମଧ୍ୟ କୌଣସି ଯୁବତୀ ନିଜ ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ୱାରା ନିଜକୁ ଆବଦ୍ଧ କରେ,

Gade chapit la Kopi




ଗଣନା ପୁସ୍ତକ 30:3
10 Referans Kwoze  

କୌଣସି ପୁରୁଷ ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ପୁଣି ତାହାର ପିତା ଯେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତର କଥା ଶୁଣି ତାହାକୁ କିଛି ନ କହେ, ତେବେ ତାହାର ସକଳ ମାନତ ସ୍ଥିର ହେବ; ପୁଣି ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ,


ମାତ୍ର ମଣ୍ତଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ତଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।


ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।


ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।


ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;


ସାଧୁମାନଙ୍କ ସମସ୍ତ ମଣ୍ତଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ତଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ବ୍ୟବସ୍ଥାର ଉକ୍ତି ଅନୁସାରେ,,ସେମାନେ ବଶୀଭୂତ ହୋଇ ରହନ୍ତୁ।


Swiv nou:

Piblisite


Piblisite