Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:10 - ପବିତ୍ର ବାଇବଲ (Re-edited) - (BSI)

10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଶପଥ କରି ଏହି କଥା କହିଲେ,

Gade chapit la Kopi

ଓଡିଆ ବାଇବେଲ

10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,

Gade chapit la Kopi

ପବିତ୍ର ବାଇବଲ

10 ଏଣୁ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା ଏବଂ ସେ ପ୍ରତିଜ୍ଞା କଲେ।

Gade chapit la Kopi




ଗଣନା ପୁସ୍ତକ 32:10
8 Referans Kwoze  

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି ଲୋକମାନେ କେତେ କାଳ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପେ ଯେସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ଆମ୍ଭଠାରେ ବିଶ୍ଵାସ କରିବେ ନାହିଁ?


ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ଵରୂପ ଯେଉଁ ଦୁଗ୍ଧ-ମଧୁପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,


ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ ;


ମାତ୍ର ଯେବେ ଆମ୍ଭେ ଜୀବିତ ହେଉ, ଆଉ ଯେବେ ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,


Swiv nou:

Piblisite


Piblisite