Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:4 - ପବିତ୍ର ବାଇବଲ (Re-edited) - (BSI)

4 ଏହି ଯେସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ତଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ସ୍ଥାନ ଅଟେ। ପୁଣି ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ଏହି ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”

Gade chapit la Kopi




ଗଣନା ପୁସ୍ତକ 32:4
9 Referans Kwoze  

ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତୁମ୍ଭେ ହିଷ୍ବୋନ୍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।


ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା।


ସେମାନେ ଆହୁରି କହିଲେ, ଆମ୍ଭେମାନେ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକି ନେଇ ଯାଅ ନାହିଁ।


ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ଵାରା ମିସର ଦେଶରୁ ବାହାର କରି ଆଣିଲେ।


ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି ସେମାନେ ତାହାର ଦେଶ ଅଧିକାର କଲେ।


ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ଵୁ ଓ ସେଠାରେ ପ୍ରାପ୍ତ ମିୟନୀୟ-ମାନଙ୍କୁ ଆଘାତ କରି ବର୍ଜିତ ରୂପେ ବିନାଶ କଲେ, (ତାହା ଅଦ୍ୟାପି ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ଵରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


Swiv nou:

Piblisite


Piblisite