Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:16 - ପବିତ୍ର ବାଇବଲ (Re-edited) - (BSI)

16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”

Gade chapit la Kopi

ପବିତ୍ର ବାଇବଲ

16 “ଆଉ ସମସ୍ତ ଆବାସର, ତତ୍ତ୍ୱାବଧାନ ସେହି ପବିତ୍ର ତମ୍ବୁ ଏବଂ ତନ୍ମଧ୍ୟସ୍ଥିତ ସମସ୍ତ ପବିତ୍ର ସ୍ଥାନ ଏବଂ ସମସ୍ତ ଦ୍ରବ୍ୟ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣର ପୁତ୍ର ଇଲିୟାସର ଯାଜକର ହେବ।”

Gade chapit la Kopi




ଗଣନା ପୁସ୍ତକ 4:16
20 Referans Kwoze  

ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ଵଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର;


କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ।


ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;


କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ,


ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ।


ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।


ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ।


ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଅନନ୍ତର ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,


Swiv nou:

Piblisite


Piblisite