Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:3 - ପବିତ୍ର ବାଇବଲ (Re-edited) - (BSI)

3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Gade chapit la Kopi

ଓଡିଆ ବାଇବେଲ

3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Gade chapit la Kopi

ପବିତ୍ର ବାଇବଲ

3 ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।

Gade chapit la Kopi




ଗଣନା ପୁସ୍ତକ 4:3
27 Referans Kwoze  

ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ସଦୃଶ ଦଣ୍ତଗ୍ରସ୍ତ ହେବେ।


ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,


ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।


ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।


ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।


ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ


ସମାଗମ-ତମ୍ଵୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।


ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ।


କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ଅର୍ଥାତ୍ ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,


ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite