Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:89 - ପବିତ୍ର ବାଇବଲ (Re-edited) - (BSI)

89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ।

Gade chapit la Kopi

ଓଡିଆ ବାଇବେଲ

89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ

89 ଏହା ପରେ ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କଲାବେଳେ, ନିୟମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୁବଦ୍ୱୟ ମଧ୍ୟରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ୱର ମୋଶାଙ୍କ ସହିତ କଥା ହେଲେ।

Gade chapit la Kopi




ଗଣନା ପୁସ୍ତକ 7:89
15 Referans Kwoze  

ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।


ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?


ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,


ଅନନ୍ତର ସଦାପ୍ରଭୁ ସମାଗମ-ତମ୍ଵୁରୁ ମୋଶାଙ୍କୁ ଡାକି କହିଲେ,


ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


Swiv nou:

Piblisite


Piblisite