Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:21 - ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

21 ପୁଣି ଲେବୀୟମାନେ ନିଜକୁ ଶୌଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଉତ୍ସର୍ଗ କଲେ ଓ ହାରୋଣ ସେମାନଙ୍କୁ ଶୁଚି କିବା ପାଇଁ ପ୍ରାୟଶ୍ଚିତ କଲେ।

Gade chapit la Kopi




ଗଣନା ପୁସ୍ତକ 8:21
10 Referans Kwoze  

ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପାପାର୍ଥକ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।


ପୁଣି ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।


ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।


ସେ ତୃତୀୟ ଦିନରେ ତଦ୍ଦ୍ଵାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯେବେ ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।


ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ଏହିରୂପେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।


ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।


ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;


Swiv nou:

Piblisite


Piblisite