Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:8 - ପବିତ୍ର ବାଇବଲ (Re-edited) - (BSI)

8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।

Gade chapit la Kopi

ଓଡିଆ ବାଇବେଲ

8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।

Gade chapit la Kopi

ପବିତ୍ର ବାଇବଲ

8 “ତା'ପରେ ସେମାନେ ଏକ ଗୋବତ୍ସ ଓ ତା’ ସହିତ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ଆଣନ୍ତୁ।

Gade chapit la Kopi




ଗଣନା ପୁସ୍ତକ 8:8
12 Referans Kwoze  

ଆଉ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁଦେବ ;


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।


ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ; ଆଉ ବସ୍ତ୍ରସକଳ ଓ ଅଭିଷେକାର୍ଥକ ତୈଳ ଓ ପାପାର୍ଥକ ବଳିର ଗୋବତ୍ସ ଓ ଦୁଇ ମେଷ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ସଙ୍ଗେ ନିଅ।


ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ।


ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ।


ପୁଣି ଗୋଟିଏ ଡାଲାରେ ତାହା ରଖିବ ଓ ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ।


Swiv nou:

Piblisite


Piblisite