Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:10 - ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;

Gade chapit la Kopi

ଓଡିଆ ବାଇବେଲ

10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;’

Gade chapit la Kopi

ପବିତ୍ର ବାଇବଲ

10 “ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିମ୍ବା ତୁମ୍ଭମାନଙ୍କ ଭବିଷ୍ୟଦ୍ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ୱାରା ଅଶୁଚି ହୁଏ, କିମ୍ବା କେହି ଜଣେ ଯଦି ଦୂର ସ୍ଥାନରେ ପଥିକ ହୁଏ, ତଥାପି ସେମାନେ ନିସ୍ତାରପର୍ବ ପାଳନ କରି ପାରିବେ।

Gade chapit la Kopi




ଗଣନା ପୁସ୍ତକ 9:10
15 Referans Kwoze  

କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରିଭାବେ ଏହି ରୋଟୀ ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।


ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;


କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ଵିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।


ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ୍ ଓ ମନଃଶି, ଇଷାଖର ଓ ସବୂଲୁନ୍ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାରପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ,


ତହୁଁ ଦ୍ଵିତୀୟ ମାସରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।


Swiv nou:

Piblisite


Piblisite