Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:14 - ପବିତ୍ର ବାଇବଲ (Re-edited) - (BSI)

14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ମୁଁ ବନ୍ଦୀ ହୋଇଥିବାରୁ ଅନେକ ଭାଇମାନଙ୍କର ପ୍ରଭୁଙ୍କ ପ୍ରତି ଅଧିକ ବିଶ୍ୱାସ ଜନ୍ମିଛି, ପୁଣି ଏହା ଫଳରେ ନିର୍ଭୀକମାନେ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବାକୁ ସେମାନଙ୍କର ସାହସ ବୃଦ୍ଧି ପାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଏବେ ମଧ୍ୟ ବନ୍ଦୀଘରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନେ, ଅଧିକ ଉତ୍ସାହିତ ହୋଇ ସାହସ ପୂର୍ବକ ନିର୍ଭୟରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।

Gade chapit la Kopi




ଫିଲିପୀୟ 1:14
16 Referans Kwoze  

ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।


ପୁଣି ଯେପରି ଶତ୍ରୁହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଯାବଜ୍ଜୀବନ ତାହାଙ୍କ ଛାମୁରେ,


ତାହା ଉଚିତମତେ କଥା କହି ପ୍ରକାଶ କରି ପାରେ।


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


ଅତଏବ, ମୁଁ ଅନୁରୋଧ କରେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଳେଶଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କର ଗୌରବ।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।


ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି।


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ।


Swiv nou:

Piblisite


Piblisite