Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:25 - ପବିତ୍ର ବାଇବଲ (Re-edited) - (BSI)

25 ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,

Gade chapit la Kopi

ଓଡିଆ ବାଇବେଲ

25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ମୁଁ ଏ ବିଷୟରେ ନିଶ୍ଚିତ, ଏଣୁ ମୁଁ ଜାଣେ, ମୁଁ ବଞ୍ଚି ରହିବି। ତୁମ୍ଭମାନଙ୍କ ବିଶ୍ୱାସର ଉନ୍ନତି ଓ ଆନନ୍ଦ ପାଇଁ ମୁଁ ତୁମ ସମସ୍ତଙ୍କ ସହିତ ରହିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,

Gade chapit la Kopi

ପବିତ୍ର ବାଇବଲ

25 ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi




ଫିଲିପୀୟ 1:25
17 Referans Kwoze  

କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।


ତୁମ୍ଭମାନଙ୍କ ବିଶ୍ଵାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ଵ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ; ଯେଣୁ ବିଶ୍ଵାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।


ସେହି ଭରସାର ଈଶ୍ଵର ତୁମ୍ଭମାନଙ୍କୁ ବିଶ୍ଵାସ ଦ୍ଵାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ଵାରା ବିଶ୍ଵାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।


ପୁଣି ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ଵରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ତୁମ୍ଭେମାନେ ଆଉ ମୋର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।


ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।


ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।


ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।


ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ଵାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।


Swiv nou:

Piblisite


Piblisite