Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:7 - ପବିତ୍ର ବାଇବଲ (Re-edited) - (BSI)

7 ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।

Gade chapit la Kopi

ଓଡିଆ ବାଇବେଲ

7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।

Gade chapit la Kopi




ଫିଲିପୀୟ 1:7
34 Referans Kwoze  

ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା।


ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।।


ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ।


ପୁଣି, ମୁଁ ଯେପରି ତତ୍ସମ୍ଵନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।


ଏନିମନ୍ତେ ମୁଁ ପାଉଲ, ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ- ଏଫି.୪:୧


ମୋʼ ପାଇଁ ଯେ ବନ୍ଧନ ଓ କ୍ଳେଶ ରହିଅଛି, ଏହା ପବିତ୍ର ଆତ୍ମାରେ ନଗରେ ନଗରେ ମୋତେ ସାକ୍ଷ୍ୟ ଦେଉଅଛନ୍ତି।


ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ।


ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ବିଷୟରେ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋʼ ବିଷୟରେ ଲଜ୍ଜିତ ନ ହୁଅ, ବରଂ ଈଶ୍ଵରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋʼ ସହିତ କ୍ଳେଶ ସହ୍ୟ କର,।


କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ଵର ଆମ୍ଭମାନଙ୍କ ପାଇଁ ଦ୍ଵାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ ତତ୍ତ୍ଵ ନିମନ୍ତେ ମୁଁ ବନ୍ଦୀ ଅଟେ,


ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର,


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର।


ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ;


ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।


ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।


ସେତେବେଳେ ସହସ୍ରସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ତାଙ୍କୁ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି ସେ କିଏ ଓ କʼଣ କରିଅଛି ବୋଲି ପଚାରିଲେ।


ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;


ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।


ହେ ଫିଲିପ୍‍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।


ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,


Swiv nou:

Piblisite


Piblisite