Biblia Todo Logo
Bib sou entènèt

- Piblisite -




ଫିଲିପୀୟ 3:15 - ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

Gade chapit la Kopi

ଓଡିଆ ବାଇବେଲ

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଆମ ମଧ୍ୟରେ ଯେଉଁମାନେ ଆଧ୍ୟାତ୍ମିକ ଭାବେ ପରିପକ୍ୱ, ସେମାନଙ୍କର ଏହିପରି ମନୋଭାବ ରହିବା ଉଚିତ। ଯଦି ତୁମ୍ଭମାନଙ୍କ ମଧ୍ୟରୁ କହାର ଭିନ୍ନ ମନୋଭାବ ଥାଏ, ଈଶ୍ୱର ତୁମ୍ଭମାନଙ୍କୁ ସବୁ କଥା ସ୍ପଷ୍ଟଭାବେ ଜଣାଇ ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

Gade chapit la Kopi

ପବିତ୍ର ବାଇବଲ

15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା'ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ।

Gade chapit la Kopi




ଫିଲିପୀୟ 3:15
21 Referans Kwoze  

କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ।


ତଥାପି ଆମ୍ଭେମାନେ ପରିପକ୍ଵ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ଵା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ।


କିନ୍ତୁ ବୟଃପ୍ରାପ୍ତ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ଵାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ଵର୍ଗରୁ ଦାନ କରନ୍ତି, ସେ ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।


ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ଵରଙ୍କ କର୍ତ୍ତୃକ ଶିକ୍ଷାପ୍ରାପ୍ତ ହେବେ। ଯେକେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ଭ୍ରାତୃପ୍ରେମ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ଵରଙ୍କ ଦ୍ଵାରା ନିଜେ ଶିକ୍ଷିତ ହୋଇଅଛ,


Swiv nou:

Piblisite


Piblisite