Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:15 - ପବିତ୍ର ବାଇବଲ (Re-edited) - (BSI)

15 ହେ ଫିଲିପ୍‍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ହେ ଫିଲିପୀୟ ଭାଇମାନେ, ତୁମର ସ୍ପଷ୍ଟ ମନେଥିବ, କିପରି ସୁସମାଚାର ପ୍ରଚାର ଆରମ୍ଭ କରିବା ସମୟରେ, ମୁଁ ଯେତେବେଳେ ମାସିଦୋନିଆ ପରିତ୍ୟାଗ କଲି, କେବଳ ତୁମର ମଣ୍ଡଳୀ ମୋତେ ସାହାଯ୍ୟ କରିଥିଲା, କେବଳ ତୁମ୍ଭେମାନେ ମୋର ଲାଭ ଓ କ୍ଷତିର ଅଂଶୀଦାର ହୋଇଥିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

15 ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲି‌ପ୍‌ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା।

Gade chapit la Kopi




ଫିଲିପୀୟ 4:15
12 Referans Kwoze  

ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;


ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।


ମାତ୍ର ପରମେଶ୍ଵରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ର ଆନୀତ କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।


ମାତ୍ର ସେ କହିଲେ, ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ। ତହୁଁ ସେ ତାହା ଗ୍ରହଣ କରିବା ପାଇଁ ତାଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ନାସ୍ତି କଲେ।


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


Swiv nou:

Piblisite


Piblisite