Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:9 - ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୋର କଥା ଓ କ୍ରିୟାରୁ ଯାହା ଶିଖିଛ ଓ ଗ୍ରହଣ କରିଛ, ତାହାକୁ କାର୍ଯ୍ୟରେ ପରିଣତ କର। ତାହାହେଲେ, ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

Gade chapit la Kopi

ପବିତ୍ର ବାଇବଲ

9 ମୋ'ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।

Gade chapit la Kopi




ଫିଲିପୀୟ 4:9
36 Referans Kwoze  

କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।


ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,


ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ।


ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।


ଆଉ ଶାନ୍ତିଦାତା ଈଶ୍ଵର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ଚେତନା ଗ୍ରହଣ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ଵର ତୁମ୍ଭମାନଙ୍କ ସହିତ ରହିବେ,।


ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି ସମ୍ଵୋଧନ କରୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।


ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ସମ୍ଵନ୍ଧରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ଵାସ।


ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ।


ଶାନ୍ତିଦାତା ଈଶ୍ଵର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।


ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।


କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା ଓ ଭାଇମାନେ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ତଳୀସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁୀମାନଙ୍କ ଦ୍ଵାରା ଯେଉଁସବୁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ଵଜାତୀୟମାନଙ୍କ ଦ୍ଵାରା ସେହିସବୁ ଦୁଃଖଭୋଗ କରିଅଛ।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ଵରଙ୍କ ଗୌରବ ନିମନ୍ତେ ସବୁ କର।


ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କʼଣ କରିବାକୁ ହେବ, ତାହା କୁହାଯିବ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


କାରଣ ଈଶ୍ଵର ବିଶୃଙ୍ଖଳତାର ଈଶ୍ଵର ନୁହନ୍ତି, ମାତ୍ର ଶାନ୍ତିର ଈଶ୍ଵର।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ପୁଣି ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ,।


ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ।


ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ନୋହିବ; ଯେହେତୁ ପରମେଶ୍ଵର ଆମ୍ଭମାନଙ୍କ ସହିତ ଅଛନ୍ତି।


ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।


Swiv nou:

Piblisite


Piblisite