Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:16 - ପବିତ୍ର ବାଇବଲ (Re-edited) - (BSI)

16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେ ତାଙ୍କ ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧରିଥିଲେ ଏବଂ ଗୋଟିଏ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ତାଙ୍କ ମୁଖରୁ ନିଷ୍କାସିତ ହେଲା। ତାଙ୍କର ମୁଖ ମଧ୍ୟାହ୍ନର ସୂର୍ଯ୍ୟ ପରି ତେଜୋମୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀ‌କ୍ଷ୍‌ଣ ଦୁଇଧାର ଯୁକ୍ତ ଖ‌‌ଡ଼୍‌ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।

Gade chapit la Kopi




ପ୍ରକାଶିତ 1:16
26 Referans Kwoze  

କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର , ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ଏଣୁ ମନ ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ଵମୁଖନିଃସୃତ ଖଡ଼୍‍ଗ ଦ୍ଵାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।


ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍‍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ,।


ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,


ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍‍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର;


ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍‍ଗ ସ୍ଵରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ଵରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;


ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍‍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।


ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି।


ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ହେ ରାଜନ୍, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ, ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶମାନ ହେବାର ଦେଖିଲି।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।


ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ ;


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ।


ଓ ପରମେଶ୍ଵରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ଵନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?


ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବନ୍ତ କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ଵ କରିବେ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ।


ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ଵପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ। ଏ ଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।


ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ଵଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?


ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,


ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍‍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


Swiv nou:

Piblisite


Piblisite