Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:5 - ପବିତ୍ର ବାଇବଲ (Re-edited) - (BSI)

5 ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।

Gade chapit la Kopi




ପ୍ରକାଶିତ 1:5
53 Referans Kwoze  

ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ଵାରା ଆପଣାକୁ ନିଖୁନ୍ତ ବଳି ସ୍ଵରୂପେ ଈଶ୍ଵରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ଵରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ଆଉ, ସେ ମଣ୍ତଳୀରୂପ ଶରୀରର ମସ୍ତକ ସ୍ଵରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


ଅର୍ଥାତ୍, ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ଵଜାତି ଓ ବିଜାତିମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।


ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେକେହି ସତ୍ୟର। ସନ୍ତାନ, ସେ ମୋହର କଥା ଶୁଣେ।


ଲାଅଦିକୀଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ସତ୍, ଯେ ବିଶ୍ଵସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ଵରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି।


ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।


ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,


ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର,।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ , ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି।


ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।


ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ।


ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।


ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।


ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ।


ତହୁଁ ରାଜାକୁ ତାହାର ସ୍ଵପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।


କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ।


ଈଶ୍ଵର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ଵାସ ଦ୍ଵାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ !


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ।


ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯେବେ ସେହି ଦାଗ ଯାଏ, ତେବେ ଦ୍ଵିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।


ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର।


Swiv nou:

Piblisite


Piblisite