Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:6 - ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।

Gade chapit la Kopi




ପ୍ରକାଶିତ 1:6
23 Referans Kwoze  

ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ।


ପୁଣି ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶଓ ଏକ ପବିତ୍ର ଗୋଷ୍ଠୀ ହେବନ୍ତଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।


ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ।


ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍ଣାିଁ


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।


ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ , ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।


Swiv nou:

Piblisite


Piblisite