Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:8 - ପବିତ୍ର ବାଇବଲ (Re-edited) - (BSI)

8 ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ।

Gade chapit la Kopi

ଓଡିଆ ବାଇବେଲ

8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର କହନ୍ତି, “ମୁଁ କ ଓ କ୍ଷ”, ସେ ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି, ପୁଣି ଭବିଷ୍ୟତ୍ରେ ଆସିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”

Gade chapit la Kopi

ପବିତ୍ର ବାଇବଲ

8 ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”

Gade chapit la Kopi




ପ୍ରକାଶିତ 1:8
29 Referans Kwoze  

ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ।


ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ଵାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ; ଆମ୍ଭ ପୂର୍ବରେ କୌଣସି ଈଶ୍ଵର ନିର୍ମିତ ନୋହିଲା, କିଅବା ଆମ୍ଭ ଉତ୍ତାରେ ନୋହିବ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅ;।


ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ କ ଓ କ୍ଷ, ଆଦି ଓ ଅ;। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।।


ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ଵାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ ।


ଯୋହନ ଆସିଆସ୍ଥ ସପ୍ତ ମଣ୍ତଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ବର୍ତ୍ତମାନ ଓ ଭୂତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ଵ ଗ୍ରହଣ କରିଅଛ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର।


ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା।


ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍‍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ,।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି।


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର ଓ ମେଷଶାବକ ସେଥିର ମନ୍ଦିର ସ୍ଵରୂପ ଅଟନ୍ତି।


ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


ପରମେଶ୍ଵର ତାଙ୍କୁ ଆହୁରି କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ତୁମ୍ଭେ ପ୍ରଜାବ; ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି ତୁମ୍ଭ କଟିଦେଶରୁ ରାଜଗଣ ଜାତ ହେବେ।


ସର୍ବଶକ୍ତିମାନ୍ ପରମେଶ୍ଵର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବ; ଓ ବହୁପ୍ରଜାବ; କରନ୍ତୁ।


ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି।


ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ। ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି।


ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,


ତହିଁରେ ପରମେଶ୍ଵର ମୋଶାଙ୍କୁ କହିଲେ, ଆମ୍ଭେ ଯେ ଅଛୁ, ସେ ଅଛୁ; ପୁଣି ସେ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ଵୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।


ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ।


ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।


ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି।


Swiv nou:

Piblisite


Piblisite