Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:2 - ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ।

Gade chapit la Kopi

ଓଡିଆ ବାଇବେଲ

2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ମାପ ନାହିଁ। କାରଣ, ତାହା ଅନ୍ୟ ଜାତିମାନଙ୍କୁ ଦାନ କରାଯାଇଛି। ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ଏହି ପବିତ୍ର ନଗରୀକୁ ପଦଦଳିତ କରି ରଖିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

Gade chapit la Kopi




ପ୍ରକାଶିତ 11:2
32 Referans Kwoze  

ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।


ଆଉ ସେମାନେ ଖଡ଼୍‍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।


ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।


ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।


ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,


ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।


ସେ ତାହାର ଚାରି ପାର୍ଶ୍ଵ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ନଳ) ଥିଲା।


ସାଢ଼େ ତିନି ଦିନ ଉତ୍ତାରେ ଈଶ୍ଵରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲା, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ମହାଭୟଗ୍ରସ୍ତ ହେଲେ।


ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ !


ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦ; ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ହେ ପରମେଶ୍ଵର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।


ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧ ବହିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଶୟନ କରି ଯିହୁଦା-ବଂଶର ଅଧର୍ମ ବହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ଵଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?


ତହିଁରେ ସେ ମୋତେ କହିଲେ, ଦୁଇ ସହସ୍ର, ତିନି ଶତ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।


ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁଣଯିହି. ୪୦:୨


Swiv nou:

Piblisite


Piblisite