Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 15:3 - ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେମାନେ ଈଶ୍ୱର ପ୍ରଦାନ କରିଥିବା ବୀଣା ବଜାଇ ଈଶ୍ୱରଙ୍କ ସେବକ ମୋଶାଙ୍କ ଗୀତ ଓ ମେଷଶାବକଙ୍କ ଗୀତ ଗାନ କରୁଥିଲେ। “ହେ ମହାପରାକ୍ରାନ୍ତ ପ୍ରଭୁ ଈଶ୍ୱର! ତୁମ କାର୍ଯ୍ୟସକଳ କେଡ଼େ ମହାନ୍ ଓ ବିଚିତ୍ର, ସମସ୍ତ ଜାତିର ରାଜାଧିରାଜ! ତୁମ କର୍ମପନ୍ଥା କେଡ଼େ ନ୍ୟାୟସଙ୍ଗତ ଓ ଯଥାର୍ଥ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।

Gade chapit la Kopi




ପ୍ରକାଶିତ 15:3
49 Referans Kwoze  

ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।


ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ।


ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,


ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ।


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା।


କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ।


ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।


ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନ-ମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।


ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା :-


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ବର୍ତ୍ତମାନ ଓ ଭୂତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ଵ ଗ୍ରହଣ କରିଅଛ।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ଵରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ଵରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ଵର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?


ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ଵର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।


ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,


ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।


ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;


ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ଵୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ତଳୀ ଦ୍ଵାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?


ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍, ଦ୍ଵିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ମଦିରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ଵରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;


ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।


କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତି ମହିମା ଆରୋପ କର।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯନିବାନ ହୁଅ।


ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।


ପରମେଶ୍ଵରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।


ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।


ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।


ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।


ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ।


Swiv nou:

Piblisite


Piblisite