Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:3 - ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ,।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେତେବେଳେ ପବିତ୍ରାତ୍ମା ମୋ’ଠାରେ ଅଧିଷ୍ଠାନ କଲେ ଓ ସେହି ଦୂତ ମୋତେ ଗୋଟିଏ ମରୁଭୂମିକୁ ନେଇଗଲେ। ସେଠାରେ ମୁଁ ଦେଖିଲି, ଜଣେ ସ୍ତ୍ରୀ ଲୋକ ଗୋଟିଏ ଲାଲ ରଙ୍ଗର ପଶୁ ଉପରେ ବସିଛି। ପଶୁଟିର ସର୍ବାଙ୍ଗ ଶରୀରରେ ଈଶ୍ୱରନିନ୍ଦାସୂଚକ ନାମଟିଏ ଲେଖାଯାଇଛି ଓ ତା’ର ସାତଟି ମସ୍ତକ ଓ ଦଶଟି ଶୃଙ୍ଗ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।

Gade chapit la Kopi




ପ୍ରକାଶିତ 17:3
26 Referans Kwoze  

ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ।


ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ।


ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।


ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;


ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।


ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।


ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁଣଯିହି. ୪୦:୨


ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ଵରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ଵାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ଵାଳାଜନକ ଅନ୍ତର୍ଜ୍ଵାଳା ପ୍ରତିମା ସ୍ଥାପିତ ଥିଲା।


ତହିଁରେ ଆତ୍ମା ମୋତେ ଉଠାଇ ଦର୍ଶନକ୍ରମେ ପରମେଶ୍ଵରଙ୍କ ଆତ୍ମା ଦ୍ଵାରା କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ଵଗମନ କଲା।


ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।


ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶଦ୍ଦ ପରି ଗୋଟିଏ ମହାସ୍ଵର ଏହା କହୁଥିବା ଶୁଣିଲି,


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ଆଉ ସେମାନେ ତାଙ୍କୁ କହିଲେ, ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ଵକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ। ଏଥିରେ ସେ କହିଲେ, ତୁମ୍ଭେମାନେ ପଠାଅ ନାହିଁ।


ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ଵାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;


ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।


ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,


ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବସ୍ତ୍ର, ପଟ୍ଟବସ୍ତ୍ର, ସିନ୍ଦୂରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତିଦନ୍ତର ସର୍ବପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,


ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ଓ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।


Swiv nou:

Piblisite


Piblisite