Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:1 - ପବିତ୍ର ବାଇବଲ (Re-edited) - (BSI)

1 ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 “ଏଫିସସ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯାହାଙ୍କର ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଓ ଯେ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ବିଚରଣ କରନ୍ତି, ତାଙ୍କର ଏହି ବାର୍ତ୍ତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ

1 “ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।

Gade chapit la Kopi




ପ୍ରକାଶିତ 2:1
20 Referans Kwoze  

ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।


ଲାଅଦିକୀଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ସତ୍, ଯେ ବିଶ୍ଵସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ଵରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ଫିଲାଦେଲ୍ଫିଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର କଞ୍ଚି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ : ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,


ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,


ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।


ସେ ଜ୍ଵଳ; ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।


ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ।


ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।


ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।


Swiv nou:

Piblisite


Piblisite