Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳା; ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତୁମେ ଧୈର୍ଯ୍ୟଶୀଳ। ମୋ’ ନିମନ୍ତେ ଦୁଃଖଭୋଗ କରି ମଧ୍ୟ ହତାଶ ହୋଇ ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।

Gade chapit la Kopi




ପ୍ରକାଶିତ 2:3
49 Referans Kwoze  

ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ।


ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ଆଉ ଏହିପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇଥିଲେ।


ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ଵାସ ଓ ଧୈର୍ଯ୍ୟ ଦ୍ଵାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।


କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି।


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।


କିନ୍ତୁ ହେ ଭ୍ରାତୃବୃନ୍ଦ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲା; ନ ହୁଅ।


ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।


ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।


ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।


ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,


ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ଵାର ମୃତ୍ୟୁର ସମ୍ମୁଖୀନ ହେବାରେ;


ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,


କ୍ଳା; ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏ ବିଷୟରେ ସେ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।


ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ।


କିଅବା ବିନାମୂଲ୍ୟରେ କାହାରି ଅନ୍ନ ଭୋଜନ କରି ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେବା ପାଇଁ ପରିଶ୍ରମ ଓ କ୍ଳେଶ ସହ ଦିବାରାତ୍ର କାର୍ଯ୍ୟ କରିଥିଲୁ;


ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ।


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ଵରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି।


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ଵାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ଵାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,


ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,


ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କି ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।


ଧୈର୍ଯ୍ୟ ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।


ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ।


ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।


କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,


ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।


ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।


Swiv nou:

Piblisite


Piblisite