Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:7 - ପବିତ୍ର ବାଇବଲ (Re-edited) - (BSI)

7 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ।

Gade chapit la Kopi

ଓଡିଆ ବାଇବେଲ

7 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 “ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”

Gade chapit la Kopi

ପବିତ୍ର ବାଇବଲ

7 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”

Gade chapit la Kopi




ପ୍ରକାଶିତ 2:7
36 Referans Kwoze  

ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।


ଯାହାର କାନ ଅଛି, ସେ ଶୁଣୁ।


ଯାହାର କର୍ଣ୍ଣ ଅଛି, ସେ ଶୁଣୁ।


ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।


ଯାହାର କାନ ଅଛି, ସେ ଶୁଣୁ।


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ।


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ଵର ହେବୁ, ପୁଣି ସେ ଆମ୍ଭର ପୁତ୍ର ହେବ।


ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।


ସଦାପ୍ରଭୁ ପରମେଶ୍ଵର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।


ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।


କିନ୍ତୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆତ୍ମାଙ୍କ ଦ୍ଵାରା ସେସମସ୍ତ ପ୍ରକାଶ କରିଅଛନ୍ତି; ଯେଣୁ ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ଵରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।


ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।


ତୁମ୍ଭେ ପରମେଶ୍ଵରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେସବୁ ପ୍ରସ୍ତୁତ ହୋଇଥିଲା।


ଆଶାସିଦ୍ଧିର ବିଳମ୍ଵ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ଵରୂପ।


ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।


ପରମେଶ୍ଵରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।


ଶା; ଜିହ୍ଵା ଜୀବନ-ବୃକ୍ଷ ସ୍ଵରୂପ; ପୁଣି, କୁଟିଳ ଜିହ୍ଵା ଆତ୍ମାଭଙ୍ଗ କରେ।


ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି।


ପୁଣି ମୁଁ ସ୍ଵର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।


ପୁଣି ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।


ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା। ସେ ଏହା କହୁ କହୁ ଉଚ୍ଚ ସ୍ଵରରେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।


ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।


[ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।]


Swiv nou:

Piblisite


Piblisite