Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:9 - ପବିତ୍ର ବାଇବଲ (Re-edited) - (BSI)

9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

9 “ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ।

Gade chapit la Kopi




ପ୍ରକାଶିତ 2:9
29 Referans Kwoze  

ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


କିନ୍ତୁ ଈଶ୍ଵରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


ପୁଣି ପରୋପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି; ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି,ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ,


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହନ୍ତି, ସେମାନଙ୍କୁ ପରୀକ୍ଷା କରି, ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ସେସମୟରେ ସେ ଆପଣା ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେ-ମାନେ ଧନ୍ୟ, କାରଣ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କର।


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର,


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;


କାରଣ ଆମ୍ଭମାନଙ୍କୁ ଯେ କ୍ଳେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି ସେହିପରି ଘଟିଅଛି, ଆଉ ତୁମ୍ଭେମାନେ ତାହା ଜାଣ।


ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।


ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍‍ଗ?


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।


ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ଵରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।


କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ଵରଙ୍କଠାରେ ଗର୍ବ କରୁଅଛ,


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି ସେମାନଙ୍କ ବିରୁଦ୍ଧରେ ଅତ୍ୟ; ଉନ୍ମତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଦ୍ଧା ସେମାନଙ୍କୁ ତାଡ଼ନା କରୁଥିଲି।


ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।


ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ।


ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ।


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।


Swiv nou:

Piblisite


Piblisite