Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:1 - ପବିତ୍ର ବାଇବଲ (Re-edited) - (BSI)

1 ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।

Gade chapit la Kopi

ଓଡିଆ ବାଇବେଲ

1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 “ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।

Gade chapit la Kopi

ପବିତ୍ର ବାଇବଲ

1 “ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯାହାଙ୍କଠାରେ ପରମେଶ୍ୱରଙ୍କର ସାତୋଟି ଆତ୍ମା ଓ ସାତୋଟି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, “ମୁଁ ତୁମ୍ଭ କର୍ମ ବିଷୟରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତରେ ମୃତ।

Gade chapit la Kopi




ପ୍ରକାଶିତ 3:1
30 Referans Kwoze  

କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।


କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ।


ଯୋହନ ଆସିଆସ୍ଥ ସପ୍ତ ମଣ୍ତଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;


ଆମ୍ଭେ ତୁମ୍ଭର କର୍ମ , ପ୍ରେମ, ବିଶ୍ଵାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।


ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା।


ଏହି ସଂସାରର ଭାବ ଅନୁସାରେ, ପୁଣି ଆକାଶ-ମଣ୍ତଳ ରାଜ୍ୟର ଅଧିପତି,


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି।


ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।


ଅତଏବ, ସେ ଈଶ୍ଵରଙ୍କ ଦକ୍ଷିଣ ହସ୍ତ ଦ୍ଵାରା ଉନ୍ନତ ଓ ପିତାଙ୍କଠାରୁ ପ୍ରତିଜ୍ଞାତ ପବିତ୍ର ଆତ୍ମା ପ୍ରାପ୍ତ ହୋଇ, ଏହି ଯାହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି, ତାହା ସେ ବୃଷ୍ଟି କରିଅଛନ୍ତି।


ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ଵାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।


କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହନ୍ତି, ସେମାନଙ୍କୁ ପରୀକ୍ଷା କରି, ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ଜାଗ୍ରତ ହୁଅ, ପୁଣି ଲୁପ୍ତପ୍ରାୟ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ଵରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ଵାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ଵୀକାର କରି ନାହଁ।


ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।


Swiv nou:

Piblisite


Piblisite