Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:3 - ପବିତ୍ର ବାଇବଲ (Re-edited) - (BSI)

3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;

Gade chapit la Kopi

ଓଡିଆ ବାଇବେଲ

3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତୁମକୁ ଯେଉଁ ଶିକ୍ଷା ଦିଆଯାଇଥିଲା ଏବଂ ତୁମେ ଯାହା ଶୁଣିଥିଲ, ତାହା ସ୍ମରଣ କରି ପାଳନ କର ଓ ତୁମ ପାପରୁ ଫେର। ଜାଗ୍ରତ ନ ହେଲେ, ମୁଁ ଚୋର ପରି ଅତର୍କିତ ଭାବରେ ତୁମ ନିକଟକୁ ଆସିବି। କେଉଁ ସମୟରେ ଆସିବି, ତାହା ତୁମେ ଜାଣି ପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।

Gade chapit la Kopi




ପ୍ରକାଶିତ 3:3
24 Referans Kwoze  

ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ ନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହିଦିନ ଆକାଶମଣ୍ତଳ ମହାଶଦ୍ଦ ସହ ଲୋପ ପାଇବ, ପୁଣି ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।


ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।


ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ।


ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।


ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।


ସେସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବନ୍ତ ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।


ଆମ୍ଭେ ଯେତେ ଲୋକଙ୍କୁ ଭଲ ପାଉ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନ ପରିବର୍ତ୍ତନ କର।


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ଵିତୀୟ ପତ୍ର ଲେଖୁଅଛି।


ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ ରୂପେ ଧରି ରଖ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,


ମୋʼଠାରୁ ଯେଉଁସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ଵନ୍ଧୀୟ ବିଶ୍ଵାସ ଓ ପ୍ରେମରେ ତାହା ଆଦର୍ଶ ରୂପେ ଧରି ରଖ।


ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ହେତୁରୁ ଆପଣା-ମାନଙ୍କୁ ଘୃଣା କରିବ।


ଜାଗ୍ରତ ହୁଅ, ପୁଣି ଲୁପ୍ତପ୍ରାୟ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ଵରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।


ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।


Swiv nou:

Piblisite


Piblisite