Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:4 - ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ମାତ୍ର ସାର୍ଦ୍ଦିସ୍ରେ ତୁମମାନଙ୍କ ମଧ୍ୟରୁ ଅଳ୍ପ କେତେଜଣ ସେମାନଙ୍କର ପୋଷାକ ନିର୍ମଳ ରଖିଛନ୍ତି। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ମୋ’ ସଙ୍ଗରେ ଗମନାଗମନ କରିବେ, କାରଣ ଏଥିପାଇଁ ସେମାନଙ୍କର ଯୋଗ୍ୟତା ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ

4 “ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି।

Gade chapit la Kopi




ପ୍ରକାଶିତ 3:4
31 Referans Kwoze  

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହା ଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରି ବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଅଛନ୍ତି;


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ଵୀକାର କରିବୁ।


ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଶୁକ୍ଳ ବସ୍ତ୍ର ଦତ୍ତ ହେଲା, ପୁଣି ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବାଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।


ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।


ସ୍ଵର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ଵେତବର୍ଣ୍ଣ ଅଶ୍ଵମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।


କିନ୍ତୁ ତୁମ୍ଭେମାନେ ଯେପରି ଏହିସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ଛାମୁରେ ଉଭା ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗିରୁହ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ।


କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ;


ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି ଭୂମିକମ୍ପରେ ସାତ ସହସ୍ର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ଵର୍ଗସ୍ଥ ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ।


ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ସଲ୍ମୋନାରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ହୋଇ ରାଜା ଛାମୁରୁ ବାହାରକୁ ଗଲା; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ),


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ସେମାନଙ୍କର ଜାଲ-ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ଵନ କରି ନାହିଁ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


ସେମାନେ ସ୍ତ୍ରୀସଂସର୍ଗରେ ଆପଣା ଆପଣାକୁ କଳୁଷିତ କରି ନ ଥିଲେ, କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ। କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ଵର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳସ୍ଵରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ତାହା ଲୋମବସ୍ତ୍ର ହେଉ କି ମସିନାବସ୍ତ୍ର ହେଉ, ଅବା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ହେଉ;


Swiv nou:

Piblisite


Piblisite