Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:9 - ପବିତ୍ର ବାଇବଲ (Re-edited) - (BSI)

9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

Gade chapit la Kopi

ଓଡିଆ ବାଇବେଲ

9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଶୁଣ! ଯେଉଁ କେତେକ ମିଥ୍ୟାବାଦୀ ନିଜ ନିଜକୁ ଇହୁଦୀ ବୋଲି ଦାବୀ କରନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି, ଶୟତାନର ସେହି ଲୋକମାନଙ୍କୁ ମୁଁ ତୁମର ପଦାନତ କରିବି। ମୁଁ ତୁମକୁ ପ୍ରେମ କରେ ବୋଲି ସେମାନେ ସମସ୍ତେ ଜାଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

Gade chapit la Kopi

ପବିତ୍ର ବାଇବଲ

9 ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।

Gade chapit la Kopi




ପ୍ରକାଶିତ 3:9
13 Referans Kwoze  

ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ ବୋଲି ସମ୍ଵୋଧନ କରିବେ।


ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକି ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ନୋହିବେ , ଏହା ତୁମ୍ଭେ ଜାଣିବ।


ସଦାପ୍ରଭୁ ଏହି କଥା କହନ୍ତି, ମିସରର ପରିଶ୍ରମର ଓ କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଲରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ଵର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ଵର ନାହାନ୍ତି ।


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ ଓ ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ଵୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେଭ।


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।


ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୋଟୀ ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ତେ ରୋଟୀ ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ଵ ପଦରେ ମୋତେ ରଖ।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


Swiv nou:

Piblisite


Piblisite