Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:9 - ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,

Gade chapit la Kopi

ପବିତ୍ର ବାଇବଲ

9 ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ

Gade chapit la Kopi




ପ୍ରକାଶିତ 5:9
41 Referans Kwoze  

କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାପକ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ।


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀ ନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚ ସ୍ଵରରେ କହିଲେ,


କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର।


ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି।


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


ତାହାଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପକ୍ଷମା ପାଇଅଛୁ।


ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି।


ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।


ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର।


ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ।


ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ।


ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।


ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।


ତହୁଁ ଘୋଷକ ଉଚ୍ଚସ୍ଵରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି,


ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ଵୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।


କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ଵେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।


ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।


ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା ପରସ୍ପରକୁ ଉତ୍ସାହ ଦିଅ, ପୁଣି ତୁମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସଂକୀର୍ତ୍ତନ ଓ ଗୀତ ଗାନ କର,


ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା।


ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ।


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


Swiv nou:

Piblisite


Piblisite