Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:3 - ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପାଚୀ ଥିଲା, ପୁଣି ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଯୋଗ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

3 ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା।

Gade chapit la Kopi




ପ୍ରକାଶିତ 8:3
32 Referans Kwoze  

ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।


ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ଵରଙ୍କ ସମ୍ମୁଖରେ ଉତ୍ଥିତ ହେଲା।


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।


ଷଷ୍ଠ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଈଶ୍ଵରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ଵର ଶୁଣିଲି,


କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ।


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଷ୍ପାର୍ଶ୍ଵ ସୁବର୍ଣ୍ଣ ମଣ୍ତିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,ଣଣଗଣ. ୧୭:୧୦


ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ


ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


କିଏ ଦଣ୍ତାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍‍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।


ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ।


ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ,


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ ;


ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


ଏଥି ଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ତେ ଜ୍ଵଳ; ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ଵାରା ତାହା ନେଇଥିଲେ;


ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲାନ୍ତ ପୁଣି, ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।


ପରେ ସେହି ଦୂତ ଧୂପାଚୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ଵନୀ, ବିଭିନ୍ନ ସ୍ଵର, ବିଦ୍ୟୁତ୍ ଓ ଭୂମିକମ୍ପ ହେଲା।


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତାପ୍ରାପ୍ତ; ଯାହାଙ୍କ ହସ୍ତରେ ସୁତୀକ୍ଷ୍ମ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, ତୁମ୍ଭର ସୁତୀକ୍ଷ୍ମ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ତାସବୁ ସଂଗ୍ରହ କର, କାରଣ ସେଥିରେ ଦ୍ରାକ୍ଷାଫଳସବୁ ପରିପକ୍ଵ ହୋଇଅଛି।


Swiv nou:

Piblisite


Piblisite