Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:2 - ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଶ୍ଚାତ୍ ପଶ୍ଚାତ୍ ଶସ୍ୟଶିଷା ସାଉଣ୍ଟିବି; ତହିଁରେ ସେ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଯାଅ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”

Gade chapit la Kopi

ପବିତ୍ର ବାଇବଲ

2 ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।” ନୟମୀ କହିଲେ, “ଯାଅ ମୋର କନ୍ୟା।”

Gade chapit la Kopi




ରତର ବିବରଣ 2:2
9 Referans Kwoze  

ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ପତିତ ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।


ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।


ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।


ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟଚ୍ଛେଦକମାନଙ୍କର ପଶ୍ଚାତ୍ ପଶ୍ଚାତ୍ ରାଁ କରିବାକୁ ଲାଗିଲା; ଆଉ ଘଟନାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ତରେ ପହଞ୍ଚିଲା।


ଅନନ୍ତର ଦୂତମାନେ ଫେରି ଆସି ଯାକୁବକୁ କହିଲେ, ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।


ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା।


Swiv nou:

Piblisite


Piblisite