Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:8 - ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ।

Gade chapit la Kopi




ରତର ବିବରଣ 2:8
11 Referans Kwoze  

ଏଥିରେ ତାହାର ଦାସମାନେ ନିକଟକୁ ଆସି ତାହାକୁ କହିଲେ, ଆମ୍ଭ ପିତଃ, ଯେବେ ସେ ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାʼନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ?


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି। ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା।


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।


ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।


ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।


ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା।


ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।


ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।


Swiv nou:

Piblisite


Piblisite