Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:9 - ପବିତ୍ର ବାଇବଲ (Re-edited) - (BSI)

9 ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।

Gade chapit la Kopi

ଓଡିଆ ବାଇବେଲ

9 ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”

Gade chapit la Kopi

ପବିତ୍ର ବାଇବଲ

9 ଦେଖ ସେମାନେ କେଉଁ କ୍ଷେତକୁ ଯାଉଛନ୍ତି, ସେମାନଙ୍କୁ ଅନୁସରଣ କର। ମୁଁ ସେ ଯୁବକମାନଙ୍କୁ ସତର୍କ କରାଇ ଦେଉଛି ସେମାନେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯେବେ ତୃଷାର୍ତ୍ତ ଅନୁଭବ କରିବ, ତେବେ ତୁମ୍ଭେ ଯାଇ ମୋର ଲୋକମାନେ ପିଉଥିବା ପାଣିପାତ୍ରରୁ ପାଣି ପିଇପାରିବ।”

Gade chapit la Kopi




ରତର ବିବରଣ 2:9
11 Referans Kwoze  

ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।


ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ।


ତୁମ୍ଭେମାନେ ଯେଉଁସବୁ ବିଷୟ ଲେଖିଅଛ, ସେହିସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ତିତ ନୋହିବ।


ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।


ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।


ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।


ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?


Swiv nou:

Piblisite


Piblisite