1 ବଂଶାବଳୀ 1:17 - ପବିତ୍ର ବାଇବଲ17 ଶେମଙ୍କର ସନ୍ତାନଗଣ ଥିଲେ: ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ: ଊସ୍, ହୂଲ, ଗେଥର ଓ ମେଶକ୍। Gade chapit laପବିତ୍ର ବାଇବଲ (Re-edited) - (BSI)17 ଶେମର ସନ୍ତାନଗଣ; ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ ଓ ଊସ୍ ଓ ହୂଲ ଓ ଗେଥର ଓ ମେଶକ୍। Gade chapit laଓଡିଆ ବାଇବେଲ17 ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍। Gade chapit la |
“ଏଲମ ଓ ତା'ର ଲୋକମାନେ ସେଠାରେ ଅଛନ୍ତି, ସେମାନେ ସମସ୍ତେ ଯୁଦ୍ଧରେ ଖଣ୍ଡା ଦ୍ୱାରା ହତ ହୋଇଛନ୍ତି। ସେମାନଙ୍କର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗରେ ଅଛି। ଆଉ ସେମାନଙ୍କ କବରର ଚତୁର୍ଦ୍ଦିଗରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥାରେ କବରକୁ ଯାଇଛନ୍ତି। ସେମାନେ ଅନ୍ୟମାନଙ୍କ ସହିତ ସେମାନଙ୍କର ଅପମାନ ଭୋଗ କରିଅଛନ୍ତି।
“ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି, ତାହାର କବର ସକଳ ତାହାର ଚତୁର୍ଦ୍ଦିଗରେ ଅଛି, ସେମାନେ ସମସ୍ତେ ହତ, ଖଡ଼୍ଗ ଦ୍ୱାରା ପତିତ ହୋଇଅଛନ୍ତି। ଆଉ ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ଜନ୍ମାଉଥିଲେ ସେମାନେ ସମସ୍ତେ ଖଡ଼୍ଗରେ ନିହତ ହୋଇ ପତିତ ହୋଇଅଛନ୍ତି।
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।