Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:14 - ପବିତ୍ର ବାଇବଲ

14 କିନ୍ତୁ ସେହି ତିନି ବୀର ସେହି କ୍ଷେତ ମଧ୍ୟରେ ଠିଆ ହୋଇ ରହିଲେ ଓ ସେମାନଙ୍କର ପ୍ରତିରୋଧ କଲେ। ସେମାନେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ଏକ ମହାବିଜୟ ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi




1 ବଂଶାବଳୀ 11:14
9 Referans Kwoze  

ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସେମାନଙ୍କ ଯୁଦ୍ଧରେ ବିଜୟୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସେବକ ଦାଉଦଙ୍କୁ ଶତ୍ରୁ ଖ‌ଡ଼୍‌ଗର ସମ୍ମୁଖରୁ ଉଦ୍ଧାର କର।


ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ, ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ସର୍ବଦା ଆସେ।


ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନେକ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦେଖାଇଛନ୍ତି।


ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।


ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଳାନ୍ତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକୁ ଶକ୍ତ ଭାବରେ ଧରି ଯୁଦ୍ଧ କରିବା ଗ୍ଭଲୁ ରଖିଲେ। ପୁଣି ସେହି ଦିନ ସଦାପ୍ରଭୁ ଏକ ବିରାଟ ଜୟ କରାଇଲେ ଏବଂ ଲୋକମାନେ ତାଙ୍କୁ ଲୁଣ୍ଠନ କରିବାକୁ ଅନୁସରଣ କଲେ।


ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”


ଏହିପରି ସଦାପ୍ରଭୁ ସେଦିନ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। ପ୍ରତ୍ୟେକ ସୈନ୍ୟ ଶାଉଲଙ୍କ ସହିତ ଥିଲେ। ପ୍ରାୟ 10,000 ଲୋକ ଶାଉଲଙ୍କୁ ସାହାଯ୍ୟ କରୁଥିଲେ। ଇଫ୍ରୟିମ ପର୍ବତ ଦେଶର ସମସ୍ତ ସହରକୁ ଯୁଦ୍ଧ ବ୍ୟାପିଗଲା।


ଇଲିୟାସର ଦାଉଦଙ୍କ ସହିତ ପଶଦମ୍ମୀମରେ ଥିଲେ। ପଲେଷ୍ଟୀୟମାନେ ଯୁଦ୍ଧ କରିବା ନିମନ୍ତେ ସେହି ସ୍ଥାନକୁ ଆସିଥିଲେ। ସେହି ସ୍ଥାନରେ ଯବରେ ପରିପୂର୍ଣ୍ଣ କ୍ଷେତଟିଏ ଥିଲା। ଇସ୍ରାଏଲର ଲୋକମାନେ ପଲେଷ୍ଟୀୟମାନଙ୍କୁ ଡରି ପଳାୟନ କଲେ।


ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ।


Swiv nou:

Piblisite


Piblisite