Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:4 - ପବିତ୍ର ବାଇବଲ

4 ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକ ଯିରୁଶାଲମକୁ ଗଲେ। ସେହି ସମୟରେ ଯିରୁଶାଲମକୁ ଯିବୂଷ ବୋଲି କୁହାଯାଉଥିଲା। ସେହି ନଗରରେ ବାସ କରୁଥିବା ଲୋକମାନଙ୍କୁ ଯିବୂଷୀୟ ନାମରେ ନାମିତ କରାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।

Gade chapit la Kopi




1 ବଂଶାବଳୀ 11:4
10 Referans Kwoze  

ବିନ୍ୟାମୀନର ପରିବାରବର୍ଗମାନେ ଯିରୁଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଆଜିଯାଏ ମଧ୍ୟ ବିନ୍ୟାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି।


ଯିବୂଷରେ ବାସ କରୁଥିବା ଲୋକମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନଗର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।” କିନ୍ତୁ ଦାଉଦ ସେମାନଙ୍କୁ ପରାସ୍ତ କରିଦେଲେ। ଦାଉଦ ସିୟୋନ ଦୁର୍ଗକୁ ଅଧିକାର କରି ନେଲେ। ଯାହା ଦାଉଦଙ୍କ ନଗର ନାମରେ ଜଣାଗଲା।


ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।


ସେହି ସୀମା ହିନ୍ନୋମ ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ନଗର ଆଡ଼କୁ ଗଲା, ଏହାକୁ ଯିରୁଶାଲମ କହନ୍ତି। ଏହିପରି ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଗଲା। ଏହା ରଫାୟିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ଯ୍ୟନ୍ତ ଥିଲା।


ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”


ସେଲା, ଏଲଫ୍, ଯିବୂଷ, ଗିବିୟା ଓ କିରିୟଥ ଗ୍ରାମ ସମେତ, ଏହିପରି ଭାବରେ ଚଉଦଟି ନଗର ଥିଲା। ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣମାନଙ୍କର ଏହିପରି ଅଧିକାର ଥିଲା।


ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’


କିଣାନ ମଧ୍ୟ ଯିବୂଷୀୟ, ଇମୋରୀୟ ଓ ଗିର୍ଗାଶୀୟର ପିତା ଥିଲା।


Swiv nou:

Piblisite


Piblisite