Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:18 - ପବିତ୍ର ବାଇବଲ

18 ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ଵର ତୁମ୍ଭର ସାହାଯ୍ୟ କରନ୍ତି। ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।

Gade chapit la Kopi




1 ବଂଶାବଳୀ 12:18
31 Referans Kwoze  

ଯେହେତୁ ସଦାପ୍ରଭୁଙ୍କର ଆତ୍ମା ଗିଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲେ, ଅବୀୟେଷ୍ରୀୟର ଲୋକମାନେ ନିବିଡ଼ ଭାବରେ ତାକୁ ଅନୁସରଣ କଲେ।


ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ।


ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ।


କିନ୍ତୁ ଋତ କହିଲେ, “ଦୟାକରି ତୁମ୍ଭକୁ ଛାଡ଼ି ଯିବା ପାଇଁ ମୋତେ ବାଧ୍ୟ କର ନାହିଁ। ମୋର ସ୍ୱଗୃହକୁ ଫେରିଯିବା ପାଇଁ ମୋତେ କୁହ ନାହିଁ। ମୋତେ ତୁମ୍ଭ ସହିତ ଯିବାକୁ ଦିଅ। ତୁମ୍ଭେ ଯୁଆଡ଼େ ଯିବ, ମୁଁ ସେହିଆଡ଼େ ଯିବି। ତୁମ୍ଭେ ଯେଉଁଠାରେ ରହିବ ମୁଁ ସେହିଠାରେ ରହିବି। ତୁମ୍ଭର ଲୋକ ହିଁ ମୋର ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମୋର ସଦାପ୍ରଭୁ ହେବେ।


ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।


ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।


ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।


ଅବୀଗଲ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇ‌ଶ୍‌ମାୟେଲୀୟ ଲୋକଙ୍କ ମଧ୍ୟରୁ ଆସିଥିଲା।


ତେଣୁ ଗୃହାଧ୍ୟକ୍ଷ, ନଗର ରାଜ୍ୟପାଳ, ପ୍ରାଚୀନଗଣ, ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହିକଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ, ଆପଣ ଆମ୍ଭମାନଙ୍କୁ ଯାହା ଆଜ୍ଞା କରିବେ ଆମ୍ଭେମାନେ ତାହା ସବୁ ପାଳନ କରିବୁ, ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ, ଯାହା ଆପଣଙ୍କ ଦୃଷ୍ଟିରରେ ଭଲ ତାହା ଆପଣ କରନ୍ତୁ।”


ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?” ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ।


ମାତ୍ର ଇସ୍ରାଏଲ ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସେମାନେ ଯୋଦ୍ଧା, ରାଜଭୃତ୍ୟ, ଅଧିପତି, ସେନାପତି, ରଥାରୋହୀ ଓ ଅଶ୍ୱାରୋହୀମାନଙ୍କ ଅଧ୍ୟକ୍ଷ ଥିଲେ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’”


ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”


ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର ଦେଇ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜା ଜୀବିତ ଥିବା ପ୍ରମାଣେ, ମୁଁ ଆପଣଙ୍କ ସହିତ ରହିବି। ମୁଁ ଆପଣଙ୍କର ଦାସ। ଜୀବନରେ ବା ମୃତ୍ୟୁରେ ମୁଁ ଆପଣଙ୍କ ସହିତ ରହିବି।”


ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”


ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ?


“ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।


ସଦାପ୍ରଭୁଙ୍କର ଆତ୍ମା ତା'ର ଅନ୍ତରରେ କାମ କରିବାକୁ ଆରମ୍ଭ କଲା, ଯେତେବେଳେ ସେ ମହନୀ-ଦାନରେ ଥିଲା, ଯାହାକି ସରିୟ ଓ ଇଷ୍ଟାୟୋଲ ନଗର ଦ୍ୱୟ ମଧ୍ୟରେ ଥିଲା।


ଶାମୁୟେଲ ସଦାପ୍ରଭୁଙ୍କର ବାକ୍ୟ ଅନୁସାରେ କାର୍ଯ୍ୟ କଲେ। ଶାମୁୟେଲ ବୈ‌ଥ୍‌ଲେହମରେ ପହଞ୍ଚିଲେ। ତହିଁରେ ନଗରର ପୁରୁଖାମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଗ୍ଭରିଲେ, “ଆପଣଙ୍କ ଆଗମନ କୁଶଳ ତ?”


ଦାଉଦଙ୍କ ବିଶେଷ ସୈନ୍ୟଗଣଙ୍କର ତାଲିକା ଏହି ପ୍ରକାରରେ ଥିଲା: ହ‌କ୍‌ମୋନୀୟ ଯା‌ଶ୍‌ବିୟାମ୍। ଯା‌ଶ୍‌ବିୟାମ୍ ରଥାଧିକାରୀମାନଙ୍କ ନେତା ଥିଲା। ଯା‌ଶ୍‌ବିୟାମ୍ ନିଜର ବର୍ଚ୍ଛା ଦ୍ୱାରା ଏକା ଥରକେ 300 ଲୋକଙ୍କୁ ବଧ କରିଥିଲା।


ଦାଉଦ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସେମାନଙ୍କୁ କହିଲେ, “ଯଦି ତୁମ୍ଭେ ଶାନ୍ତି ସହକାରେ ମୋତେ ସାହାଯ୍ୟ କରିବାକୁ ଆସିଅଛ, ତେବେ ମୁଁ ତୁମ୍ଭକୁ ସ୍ୱାଗତ କରୁଅଛି। ମୋ’ ସହିତ ସହଯୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନ ଥିବା ସତ୍ତ୍ୱେ ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତେବେ ଆମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”


ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।


ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ'ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା'ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ।


ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ।


ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା'ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋ‌ର୍‌ରେ କାନ୍ଦିଲେ।


ଏହା ପରେ ଯେହୂ ସେଠାରୁ ପ୍ରସ୍ଥାନ କଲାବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହୋନାଦବଙ୍କୁ ଭେଟିଲେ। ସେ ଯିହୋନାଦବଙ୍କୁ ସ୍ୱାଗତ କରି ପଗ୍ଭରିଲେ, “ତୁମ୍ଭେ ମୋର ବିଶ୍ୱସ୍ତ ବନ୍ଧୁ କି, ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ୱସ୍ତ?” ଯିହୋନାଦବ ଉତ୍ତର ଦେଲେ, “ହଁ, ମୁଁ ତୁମ୍ଭର ଜଣେ ବିଶ୍ୱସ୍ତ ବନ୍ଧୁ।” ତେଣୁ ଯେହୂ କହିଲେ, “ତେବେ ମୋତେ ତୁମ୍ଭ ହସ୍ତ ଦିଅ।” ଯେତେବେଳେ ସେ ହସ୍ତ ବଢ଼ାଇଲେ ଯେହୂ ତାଙ୍କୁ ଆପଣା ରଥ ଉପରକୁ ଟାଣି ଆଣିଲେ।


Swiv nou:

Piblisite


Piblisite