1 ବଂଶାବଳୀ 13:6 - ପବିତ୍ର ବାଇବଲ6 ଦାଉଦ ଓ ତାଙ୍କ ସହିତ ଇସ୍ରାଏଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିୟତ୍-ଯିୟାରୀମର ଅନ୍ୟ ଏକ ନାମ ଅଟେ। ସେମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ସେଠାକୁ ଗଲେ। ସେହି ନିୟମସିନ୍ଦୁକ ସଦାପ୍ରଭୁ ପରମେଶ୍ୱରଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ୟମାନ ଥା’ନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମରେ ନାମିତ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ। Gade chapit laଓଡିଆ ବାଇବେଲ6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ। Gade chapit la |
‘ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବାଠାରୁ ଏପର୍ଯ୍ୟନ୍ତ କୌଣସି ସହରକୁ ଇସ୍ରାଏଲର ପରିବାରବର୍ଗରୁ ଆମ୍ଭର ନାମର ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବାକୁ ମନୋନୀତ କଲୁ ନାହିଁ, କି ଆମ୍ଭର ଲୋକମାନଙ୍କର ନେତା ପାଇଁ ମନୋନୀତ କଲୁ ନାହିଁ। କିନ୍ତୁ ବର୍ତ୍ତମାନ ଆମ୍ଭେ ଯିରୁଶାଲମକୁ ମନୋନୀତ କରିଅଛୁ ଯେଉଁଠାରେ ଆମ୍ଭେ ସମ୍ମାନିତ ହେବା ଓ ଆମ୍ଭର ଲୋକମାନଙ୍କ ଉପରେ ଶାସନ କରିବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’