Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:1 - ପବିତ୍ର ବାଇବଲ

1 ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।

Gade chapit la Kopi




1 ବଂଶାବଳୀ 14:1
16 Referans Kwoze  

ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋ‌ନ୍‌ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।


ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି।


ଇସ୍ରାଏଲ ମଧ୍ୟରେ ବାସ କରୁଥିବା ସମସ୍ତ ବିଦେଶୀୟମାନଙ୍କୁ ଏକତ୍ର ଠୁଳ ହେବା ନିମନ୍ତେ ଦାଉଦ ଆଦେଶ ଦେଲେ। ସେହି ବିଦେଶୀମାନଙ୍କ ମଧ୍ୟରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ୱରଙ୍କ ମନ୍ଦିର ନିର୍ମାଣରେ ବ୍ୟବହୃତ ହେବା ନିମନ୍ତେ ଉଦ୍ଧିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସେମାନଙ୍କର କାର୍ଯ୍ୟ ଥିଲା।


ଦାଉଦ ନିଜ ଗୃହକୁ ଫେରିଯିବା ପରେ, ନାଥନ୍ ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଦେବଦାରୁ କାଠରେ ନିର୍ମିତ ଗୃହରେ ବାସ କରୁଅଛି, କିନ୍ତୁ ନିୟମସିନ୍ଦୁକ ଏକ ତମ୍ବୁ ମଧ୍ୟରେ ରହିଅଛି। ମୁଁ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହୁଁଅଛି।”


ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀୟ ଲୋକମାନେ ପଥର ଗୁଡ଼ିକୁ ଖୋଦନ କଲେ। ଏହିରୂପେ ସେମାନେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।


ତେଣୁ ଏବେ ମୋ’ ପାଇଁ ଲିବାନୋ‌ନ୍‌ରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମୋର ଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗରେ ଥିବେ; ପୁଣି ଆପଣଙ୍କ କହିବାନୁସାରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”


ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତେବେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦଙ୍କ ପରେ ଶଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହୋଇଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।


ରାଜା ଦାଉଦ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”


ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।


ପଥର କାଟିବାରେ 80,000 ଲୋକ ନିଯୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବାରେ ନିଯୁକ୍ତି ହେଲେ।


ଶଲୋମନ ପର୍ବତଗୁଡ଼ିକରୁ ପଥର କାଟିବା ନିମନ୍ତେ 70,000 ଶ୍ରମିକ ଓ 80,000 ପଥରକଟାଳୀ ସଂଗ୍ରହ କଲେ। ଆଉ ତଦାରଖ କାର୍ଯ୍ୟ କରିବା ନିମନ୍ତେ 3,600 ତଦାରଖକାରୀଙ୍କୁ ମନୋନୀତ କଲେ।


Swiv nou:

Piblisite


Piblisite