Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:12 - ପବିତ୍ର ବାଇବଲ

12 ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀ‌‌ମ୍‌‌ଠାରେ ସେମାନଙ୍କର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସେହି ପ୍ରତିମାମାନଙ୍କୁ ଜ୍ୱଳାଇ ଦେବା ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି ଦାଉଦ ଆଜ୍ଞା କରନ୍ତେ, ସେସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହିସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।

Gade chapit la Kopi




1 ବଂଶାବଳୀ 14:12
10 Referans Kwoze  

ଏହା ପରେ ମୋଶା ସେମାନେ ତିଆରି କରିଥିବା ବାଛୁରିକୁ ନେଇଗଲେ ଏବଂ ସେ ଏହାକୁ ନିଆଁରେ ତରଳାଇ ଦେଲେ। ଏହା ପରେ ସେ ପେଷି ଦେଲେ ଏବଂ ତାକୁ ପାଣିରେ ମିଶାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ସେହି ପାଣି ପିଆଇଲେ।


ଅଶୂରର ରାଜାମାନେ ସେମାନଙ୍କ ଜାତିର ଦେବତାଗୁଡ଼ିକୁ ଅଗ୍ନିରେ ଦ‌ଗ୍‌ଧିଭୂତ କଲେ। ଅବଶ୍ୟ ସେମାନେ ପ୍ରକୃତ ଦେବତାଗଣ ନ ଥିଲେ। ମନୁଷ୍ୟକୃତ କାଷ୍ଠ ଓ ପ୍ରସ୍ତରର ପ୍ରତିମା ମାତ୍ର, ତେଣୁ ସେହି ରାଜାମାନେ ସେଗୁଡ଼ିକୁ ବିନାଶ କଲେ।


“ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ।


“ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପେ ବ୍ୟବହାର କରିବ। ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସଳକ ହାଣି ପକାଇବ। ପୁଣି ସେମାନଙ୍କ ଖୋଦିତ ପ୍ରତିମାସବୁ ଅଗ୍ନିରେ ଦ‌‌ଗ୍‌‌ଧ କରିବ।


“ଆଜି ରାତ୍ରିରେ ମୁଁ ମିଶର ଦେଶ ମଧ୍ୟଦେଇ ଯିବି ଓ ସେମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କରିବି। ଏହି ପ୍ରକାରରେ ମିଶରର ସମସ୍ତ ଦେବତାମାନଙ୍କର ବିଗ୍ଭର କରିବି। ମୁଁ ତାଙ୍କୁ ଦେଖାଇବି ଯେ, ମୁଁ ହେଉଛି ସଦାପ୍ରଭୁ।


ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।


ଏହା ପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ପରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ପରମେଶ୍ୱର ମୋ’ ଦ୍ୱାରା ମୋ’ ଶତ୍ରୁମାନଙ୍କୁ ବନ୍ୟା ବ୍ୟାପିବା ତୁଲ୍ୟ ଧ୍ୱଂସ କରିଅଛନ୍ତି।” ତେଣୁ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା।


ପଲେଷ୍ଟୀୟମାନେ ରଫାୟୀମ୍ ଉପତ୍ୟକାରେ ରହୁଥିବା ଲୋକମାନଙ୍କ ଉପରେ ଆଉଥରେ ଆକ୍ରମଣ କଲେ।


ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ମୃତି ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।


Swiv nou:

Piblisite


Piblisite