Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:2 - ପବିତ୍ର ବାଇବଲ

2 ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।

Gade chapit la Kopi




1 ବଂଶାବଳୀ 14:2
14 Referans Kwoze  

ସେମାନଙ୍କ କଳସରୁ ଜଳ ଉଚ୍ଛୁଳିବ, ସେମାନଙ୍କର ବୀଜ ଅନେକ ଜଳରେ ପଡ଼ିବ, ପୁଣି ସେମାନଙ୍କର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବ, ସେମାନଙ୍କର ରାଜ୍ୟ ଉନ୍ନତ ହେବ।


ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପରମେଶ୍ୱର ମୋ’ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ’ ପ୍ରତି ପ୍ରକାଶିତ ହୋଇଅଛି।


ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?”


ତା'ପରେ ସୋରର ରାଜା ହୂରମ୍, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତା ଥିଲା: “ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।”


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ୱର ଚିରକାଳ ଇସ୍ରାଏଲକୁ ପ୍ରେମ କରନ୍ତି। ତେଣୁ ସେ ଉଚିତ୍ ବିଗ୍ଭର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


ସର୍ବୋପରି, ଭବିଷ୍ୟତରେ ମୋ’ ପରିବାର ପ୍ରତି କ’ଣ ଘଟିବ, ତାହା ମଧ୍ୟ ତୁମ୍ଭେ ମୋତେ ଜାଣିବାକୁ ଦେଲ। ସତେ ଯେପରି ମୁଁ ଜଣେ ଅତି ମହାନ ବ୍ୟକ୍ତି ଅଟେ, ତୁମ୍ଭେ ମୋ’ ପ୍ରତି ସେ ପ୍ରକାର ବ୍ୟବହାର କଲ।


“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।


“ବର୍ତ୍ତମାନ ତୁମ୍ଭେମାନେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସ୍ୱର ଶୁଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି, ତେବେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହୁ ଉଚ୍ଚରେ ରଖିବେ।


ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ।


ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ।


କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ୟ ଦେଇପାରେ। ମୁଁ ସେମାନଙ୍କ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।”


Swiv nou:

Piblisite


Piblisite