Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:11 - ପବିତ୍ର ବାଇବଲ

11 ଏହା ପରେ ଦାଉଦ, ଯାଜକ ସାଦୋକ ଓ ଅବିୟାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲେବୀୟମାନଙ୍କୁ ମଧ୍ୟ ଡାକିଲେ: ଉରିୟେଲ, ଅସାୟ, ଯୋୟେଲ, ଶମୟିୟ, ଇଲୀୟେଲ ଓ ଅମ୍ମୀନାଦବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଦାଉଦ ସାଦୋକ ଓ ଅବୀୟାଥର ଯାଜକ-ମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲକୁ ଓ ଅମ୍ମୀନାଦବକୁ ଡାକି କହିଲେ,

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,

Gade chapit la Kopi




1 ବଂଶାବଳୀ 15:11
11 Referans Kwoze  

ସାଦୋକ୍ ମଧ୍ୟ ସେହି ଦଳରେ ଥିଲେ। ସେ ଜଣେ ସାହସୀ ଯୁବା ସୈନ୍ୟ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ଯ୍ୟକାରୀଙ୍କ ସହିତ ଆସିଲେ।


ପୁଣି ରାଜା ତାହାର ସ୍ଥାନରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି ପଦରେ ନିଯୁକ୍ତ କଲେ ଓ ଅବିୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ।


ସାଦୋକ୍ ଓ ଅହୀମେଲକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମେଲକ୍ ଅବିୟାଥରଙ୍କ ପୁତ୍ର ଥିଲେ। ଶା‌ବ୍‌ଶା ଲିପିକାର ଥିଲେ।


ତା'ପରେ ରାଜା ଯାଜକ ଅବିୟାଥରକୁ କହିଲେ, “ତୁମ୍ଭେ ଅନାଥୋତ ସ୍ଥିତ ତୁମ୍ଭର ଗୃହକୁ ଯାଅ। କାରଣ ତୁମ୍ଭେ ଯଦିଓ ମୃତ୍ୟୁ ଯୋଗ୍ୟ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉ ନାହିଁ, କାରଣ ତୁମ୍ଭେ ମୋର ପିତା ଦାଉଦଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମୋ’ ପିତାଙ୍କର କଠିନ ସମୟରେ ସେହି ପ୍ରକାର ବିପଦ ଗୁଡ଼ିକରେ ଭାଗୀ ହୋଇଥିଲ।”


ଶିବା ଥିଲା ଲେଖକ, ପୁଣି ସାଦୋକ୍ ଓ ଅବିୟାଥର ଯାଜକ ଥିଲେ।


ସେଠାରେ ତୁମ୍ଭ ସହିତ ଯାଜକ ସାଦୋକ ଓ ଅବିୟାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରୁ ଯାହାସବୁ ଶୁଣିବ, ତାହା ସାଦୋକ ଓ ଅବିୟାଥର ଯାଜକକୁ ଜଣାଇବ।


ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।


ଉଷୀୟେଲଙ୍କ ପରିବାରବର୍ଗରୁ 112 ଜଣ ଲୋକ ଆସିଲେ। ଅମ୍ମୀନାଦବ ସେମାନଙ୍କର ନେତା ଥିଲେ।


ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିୟୋନସ୍ଥିତ ଉଚ୍ଚ ସ୍ଥାନରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ସେବାକାର୍ଯ୍ୟ କରୁଥିବା ଅନ୍ୟ ଯାଜକମାନଙ୍କୁ ସେଠାରେ ଛାଡ଼ି ଗଲେ।


Swiv nou:

Piblisite


Piblisite