Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:12 - ପବିତ୍ର ବାଇବଲ

12 ଦାଉଦ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଲେବୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲେବୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ୟକ। ଏହା ପରେ ମୁଁ ନିୟମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭେମାନେ ତାହାକୁ ସେହି ସ୍ଥାନକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣା-ମାନଙ୍କୁ ପବିତ୍ର କର।

Gade chapit la Kopi

ଓଡିଆ ବାଇବେଲ

12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”

Gade chapit la Kopi




1 ବଂଶାବଳୀ 15:12
20 Referans Kwoze  

ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସେହି ମେଷଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷୟ କରିବାକୁ ଆଦେଶ ଦେଇଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମୋଶାଙ୍କ ମାଧ୍ୟମରେ ଦେଇଥିଲେ।”


ଏହା ପରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶତମ ଦିନରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କଲେ। ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହେଲେ। ସେମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହୋମବଳି ଉପହାର ଆଣିଲେ।


ଏହା ପରେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଯାଜକ ଓ ଲେବୀୟମାନେ ନିଜକୁ ପବିତ୍ର କଲେ।


ତେଣୁ ତୁମ୍ଭେ ତୁମ୍ଭର ସତ୍ୟ ଦ୍ୱାରା ସେମାନଙ୍କୁ ତୁମ୍ଭର ସେବା ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ୟ।


ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହେବ। ଯେଉଁମାନେ ମୋତେ ବିଶ୍ୱସ୍ତ ଭାବରେ ସେବା କରିଛନ୍ତି, କାରଣ ସେମାନେ ଆମର ରକ୍ଷଣୀୟ। ଇସ୍ରାଏଲର ପରିବାରବର୍ଗ ବିପଥଗାମୀ ହେବା ସମୟର ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ।


ସମସ୍ତ ଯାଜକଗଣ ସେମାନଙ୍କର ବିଶେଷ ଦଳଗୁଡ଼ିକୁ ଖାତିରି ନ କରି ନିଜକୁ ଶୁଚି କଲେ। ଯେତେବେଳେ ସେମାନେ ପବିତ୍ର ସ୍ଥାନରୁ ବାହାରି ଆସିଲେ।


ସେମାନେ ବିଶେଷ କର୍ମ କରିବା ନିମନ୍ତେ ମନୋନୀତ ହୋଇଥିଲେ। ସେମାନେ ସେମାନଙ୍କର ଆତ୍ମୀୟ, ଯାଜକମାନଙ୍କ ପରି ଗୁଲିବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସେମାନେ ରାଜା ଦାଉଦ, ସାଦୋକ, ଅହୀମେଲକ, ଯାଜକ ଏବଂ ଲେବୀୟ ବଂଶର ନେତାମାନଙ୍କ ସମ୍ମୁଖରେ ଗୁଲିବାଣ୍ଟ କଲେ। ଜ୍ୟେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତେବେଳେ କାର୍ଯ୍ୟ ସ୍ଥିର କରାଗଲା, ସେତେବେଳେ ସେମାନଙ୍କ ପ୍ରତି ସମାନ ବ୍ୟବହାର କରାଗଲା।


ଲେବୀୟମାନେ ନିୟମସିନ୍ଦୁକକୁ ଦାଉଦଙ୍କ ଦ୍ୱାରା ପ୍ରସ୍ତୁତ ସ୍ଥାନକୁ ବହିନେବା ସମୟରେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଯିରୁଶାଲମରେ ଏକତ୍ରିତ ହେବା ନିମନ୍ତେ ଦାଉଦ କହିଲେ।


ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।


ସେମାନଙ୍କର ପରିବାରର ଇତିହାସ ଅନୁସାରେ ଏହି ଲେବୀୟଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ, ସେମାନେ ଯିରୁଶାଲମରେ ବାସ କରୁଥିଲେ।


ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।


ତା'ପରେ ସେମାନେ ନିୟମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହା ପରେ ସେମାନେ ପରମେଶ୍ୱରଙ୍କ ଆଗରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ।


ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଦାଉଦ ଯିରୁଶାଲମକୁ କିରିୟତ ଯିୟାରୀମଠାରୁ ଆଣିଥିଲେ। ଯିରୁଶାଲମରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ଯିରୁଶାଲମରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ।


ଇସ୍ରାଏଲର ସମସ୍ତ ପ୍ରାଚୀନ ଏବଂ ପ୍ରତ୍ୟେକ ପରିବାରବର୍ଗର ମୁଖିଆମାନଙ୍କୁ ଯିରୁଶାଲମରେ ସମ୍ମିଳିତ ହେବା ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇସ୍ରାଏଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।


ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ।


Swiv nou:

Piblisite


Piblisite