Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:2 - ପବିତ୍ର ବାଇବଲ

2 ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେସମୟରେ ଦାଉଦ କହିଲେ, ଲେବୀୟମାନଙ୍କ ଛଡ଼ା ଆଉ କାହାରି ପରମେଶ୍ଵରଙ୍କ ସିନ୍ଦୁକ ବହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ଵରଙ୍କ ସିନ୍ଦୁକ ବହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”

Gade chapit la Kopi




1 ବଂଶାବଳୀ 15:2
17 Referans Kwoze  

ସେ ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀ ପରିବାରବର୍ଗଙ୍କୁ ପୃଥକ କରିଛନ୍ତି।


ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ।


ତେଣୁ ନୂନର ପୁତ୍ର ଯିହୋଶୂୟ ସମସ୍ତ ଯାଜକମାନଙ୍କୁ ଏକତ୍ରିତ କଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପବିତ୍ର ନିୟମ-ସିନ୍ଦୁକ ଆଣ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀ ବଜାଇବେ।”


ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍।


ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”


ଇସ୍ରାଏଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ପବିତ୍ରୀକୃତ ହୋଇଥିବା ଲୋକମାନଙ୍କ ସହିତ ମଧ୍ୟ ଯୋଶିୟ କଥା ହେଲେ। ସେ ସେହି ଲେବୀୟମାନଙ୍କୁ କହିଲେ: “ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା’ ମଧ୍ୟରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇସ୍ରାଏଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ଲୋକ, ଇସ୍ରାଏଲର ଲୋକମାନଙ୍କର ସେବା କର।


ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସେମାନଙ୍କର ପବିତ୍ର କାର୍ଯ୍ୟ ଥିଲା କାନ୍ଧରେ ଜିନିଷ ବହନ କରିବା।


ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ।


ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।


“ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


“ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତରେ ଲେବୀୟମାନଙ୍କୁ ଦେବ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇସ୍ରାଏଲ ଲୋକମାନଙ୍କ ପକ୍ଷରୁ ସେମାନଙ୍କୁ ଦିଆଗଲା।


Swiv nou:

Piblisite


Piblisite