Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:16 - ପବିତ୍ର ବାଇବଲ

16 ସଦାପ୍ରଭୁ ଅବ୍ରହାମଙ୍କ ସହିତ ଯେଉଁ ପାରମ୍ପାରିକ ନିୟମ କରିଅଛନ୍ତି ଏବଂ ଇ‌ସ୍‌ହାକଙ୍କ ସହିତ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତାହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‍ହାକଙ୍କ ପ୍ରତି କରିଥିଲେ;

Gade chapit la Kopi

ଓଡିଆ ବାଇବେଲ

16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‍ହାକଙ୍କ ପ୍ରତି କରିଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;

Gade chapit la Kopi




1 ବଂଶାବଳୀ 16:16
16 Referans Kwoze  

ତୁମ୍ଭେ ଏହି ଦେଶରେ ପ୍ରବାସ କର। ତହିଁରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ ଓ ଆଶୀର୍ବାଦ କରିବା। ପୁଣି ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦେବା। ତୁମ୍ଭ ପିତା ଅବ୍ରହାମଙ୍କ ନିକଟରେ କରିଥିବା ଶପଥ ଆମ୍ଭେ ସଫଳ କରିବା।


ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”


ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା'ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’


ତୁମ୍ଭେ ତା'ଠାରେ ତା'ର ଅନ୍ତକରଣ ବିଶ୍ୱସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ଯିବୂଷୀୟ ଓ ଗିର୍ଗାଶୀୟର ଭୂମି ଅବ୍ରହାମର ବଂଶଧରମାନଙ୍କୁ ଏହା ଦେବାକୁ ପ୍ରତିଜ୍ଞା କରିଥିଲ। ତୁମ୍ଭେ ତୁମ୍ଭର ପ୍ରତିଜ୍ଞା ରକ୍ଷା କରିଅଛ। କାରଣ ତୁମ୍ଭେ ଧର୍ମମୟ ଅଟ।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିକଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍ ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ସଦାପ୍ରଭୁ (ସ୍ୱୟମ୍ଭୂ)ଙ୍କର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ ‘ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଛନ୍ତି।”’


ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।


ଚିରକାଳ ନିମନ୍ତେ ତାହାଙ୍କ ଦତ୍ତ ନିୟମ ସ୍ମରଣ କର। ସେ ସହସ୍ର ପୁରୁଷ ନିମନ୍ତେ ସେହି ଆଜ୍ଞାମାନ ଦେଇଅଛନ୍ତି।


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ୱରୁ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ରକ୍ଷା କଲେ।


ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।


Swiv nou:

Piblisite


Piblisite